ବଣଚଣ୍ଡୀ ପୀଠରେ ମକର ମେଳା ୧୦ ହଜାର ରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁଙ୍କ ସମାଗମ

ଭୁବନ ୧୪-୦୧- ୨୬ ଭୁବନ ସହର ର ଅନତି ଦୂରରେ ଭରତି ପାହାଡ ପାଦ ଦେଶରେ ଅବସ୍ଥିତ ଶ୍ରୀ ଶ୍ରୀ ସିଦ୍ଧ ରାମଚଣ୍ଡୀ ( ବଣ ଚଣ୍ଡୀ ) ପୀଠରେ ପ୍ରସିଦ୍ଧ ମକର ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ପ୍ରାୟ ୧୦ ହଜାର ରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁ ଭକ୍ତ ମା ବଣ ଚଣ୍ଡୀ ଙ୍କୁ ଦର୍ଶନ କରି ଭରତୀ ପାହାଡ ଚଢ଼ିଥିଲେ। ପ୍ରାତଃ ସମୟରୁ ରୀତିନୀତି ଅନୁଯାୟୀ ମା ଙ୍କ ପୂଜାର୍ଚ୍ଚନା କରାଯାଇ ମକର ଚାଉଳ ଲାଗି କରାଯାଇ ମଧ୍ୟାହ୍ନ ରେ ହୋମ ଯଜ୍ଞ ଅନୁଷ୍ଠିତ ହୋଇଥିଲା । ପରେ ଶତାଧିକ ଭକ୍ତ ସାମୁହିକ ପ୍ରସାଦ ସେବନ କରିଥିଲେ। ସନ୍ଧ୍ୟାରେ ଭଜନ କୀର୍ତ୍ତନ ଓ ମେଳା ଅନୁଷ୍ଠିତ ହୋଇଥିଲା। ସିଦ୍ଧ ରାମଚଣ୍ଡୀ ସେବକ ସଂଘ ର ସମସ୍ତ ସଦସ୍ୟ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ଦିନିକିଆ ମକର ମେଳା ରେ ବହୁ ଉଠା ଦୋକାନୀ ପସରା ମେଲିଥିଲେ । ଅନୁରୂପ ଭାବେ ଭୁବନ ର ପ୍ରସିଦ୍ଧ ଶୈବ ପୀଠ ବାବା ବୁଦ୍ଧେଶ୍ୱର ମନ୍ଦିର,ଦକ୍ଷିଣ କାଳୀ ମନ୍ଦିର ,ଜଗନ୍ନାଥ ମନ୍ଦିର,କାଶୀ ବିଶ୍ଵନାଥ ମନ୍ଦିର,ବାଟ ତାରିଣୀ,ବାଟ ମଙ୍ଗଳା,ହନୁମାନ ମନ୍ଦିର,ମା ବଣୀଜାରୀ, ଅରାସାହି ସ୍ଥିତ ମା ସିଦ୍ଧ ରାମଚଣ୍ଡୀ ଙ୍କ ପୀଠରେ ସହସ୍ରାଧିକ ଭକ୍ତ ଙ୍କ ଉପସ୍ଥିତିରେ ମକର ମେଳା ଅନୁଷ୍ଠିତ ହୋଇଯାଇଛି ।

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 129 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 20 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 25 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 59 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 18 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 14 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!