ମକର ସଂକ୍ରାନ୍ତି ଅବସରରେ ରାୟଗଡ଼ାରେ ବିଶାଳ ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ

ରାୟଗଡ଼ା: ମକର ସଂକ୍ରାନ୍ତିର ପବିତ୍ର ଅବସରରେ ରାୟଗଡ଼ା ବିଧାନସଭା ନିର୍ବାଚନ କ୍ଷେତ୍ରରେ ଏକ ବିଶାଳ ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ରାୟଗଡ଼ାର ବିଧାୟକ ଆପଲ ସ୍ଵାମୀ କାଡ୍ରାକା ପ୍ରାୟ ୧୫ ବର୍ଷ ଧରି ଅବିରତ ଭାବେ ଚାଲୁଥିବା ତାଙ୍କର ମାନବିକ ସେବା ପରମ୍ପରାକୁ ଏହି ବର୍ଷ ମଧ୍ୟ ଜାରି ରଖିଛନ୍ତି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଶଙ୍କର ଉଲୁକା ଉପସ୍ଥିତ ରହି ନିରୀହ, ଗରୀବ ଓ ଆଦିବାସୀ ମହିଳା ବୃଦ୍ଧାମାନଙ୍କୁ ନୂତନ ଶାଢ଼ୀ ବଣ୍ଟନ କରିଥିଲେ।

ସୂଚନା ଅନୁସାରେ, ଏହି ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମରେ ୪୦୦ରୁ ଅଧିକ ମହିଳାଙ୍କୁ ନୂତନ ଶାଢ଼ୀ ଏବଂ ୧୫୦ରୁ ଅଧିକ ପୁରୁଷଙ୍କୁ ନୂତନ ବସ୍ତ୍ର ପ୍ରଦାନ କରାଯାଇଥିଲା। ନୂତନ ବସ୍ତ୍ର ପାଇ ଲାଭାନ୍ୱିତମାନଙ୍କ ମୁହଁରେ ଖୁସିର ଝଲକ ସ୍ପଷ୍ଟ ଭାବେ ଦେଖିବାକୁ ମିଳିଥିଲା।

ଅନ୍ୟମାନଙ୍କ ମୁହଁରେ ହସ ଫୁଟାଇବାକୁ ନିଜର ସର୍ବୋଚ୍ଚ ଆନନ୍ଦ ବୋଲି ଭାବି, ସେବା ଓ ସହାନୁଭୂତିକୁ ଜୀବନର ମୂଳ ମନ୍ତ୍ର କରି ବିଧାୟକ ଆପଲ ସ୍ଵାମୀ କାଡ୍ରାକା ଦୀର୍ଘ ୧୫ ବର୍ଷ ଧରି ଗରୀବ ଓ ପଛୁଆ ବର୍ଗର ଲୋକମାନଙ୍କ ପାଇଁ ଏହି ପରମ୍ପରାକୁ ଅଟୁଟ ରଖିଆସୁଛନ୍ତି।ଏହି ମାନବିକ ପଦକ୍ଷେପକୁ ନେଇ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ବେଶ ପ୍ରଶଂସା ଓ ସନ୍ତୋଷ ପ୍ରକାଶ ପାଇଛି।

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 129 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 20 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 25 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 59 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 18 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 14 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!