ଜନକଲ୍ୟାଣକାରୀ ଦିବସ’ ଅବସରରେ ରାୟଗଡାରେ ବହୁଜନ ସମାଜ ପାର୍ଟିର ବିଶାଳ ସମାବେଶ

ରାୟଗଡା ସହର ଠାରେ ବହୁଜନ ସମାଜ ପାର୍ଟି ପକ୍ଷରୁ ଏକ ଭବ୍ୟ ଶକ୍ତି ପ୍ରଦର୍ଶନ କରାଯାଇଛି। ବହୁଜନ ସମାଜ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷା ତଥା ପୂର୍ବତନ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭଉଣୀ କୁମାରୀ ମାୟାବତୀଙ୍କ ୭୦ତମ ଜନ୍ମଦିନ ଅବସରରେ ରାୟଗଡା ସଦର ସ୍ଥିତ ତେଜସ୍ୱୀ ପଡିଆ ଠାରେ ଜନକଲ୍ୟାଣକାରୀ ଦିବସ ଭାବେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ରାଜ୍ୟ ପ୍ରଭାରୀ ଜିତୁ ଜାକାଶିକା, ରାଜ୍ୟ ସଭାପତି ସରୋଜ ନାୟକ, ଜିଲ୍ଲା ସଭାପତି ପୁର୍ଣ ଚନ୍ଦ୍ର ଟାକ୍ରୀ ଓ ଜିଲ୍ଲା ପ୍ରଭାରୀ ରାମଦାସ ଟାକ୍ରୀଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରଥମେ ବାବା ସାହେବ ଭୀମରାଓ ଆମ୍ବେଦକର ସହିତ ମାନ୍ୟବର କାଂଶିରାମ ଙ୍କ ଫଟୋଚିତ୍ରରେ ପୁଷ୍ପମାଳ୍ୟ ଅର୍ପଣ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ କେନ୍ଦ୍ରୀୟ ସଂଯୋଜକ ଡା. ଲାଲଜୀ ମେଧା ଯୋଗଦେଇ ଦଳିତ, ଆଦିବାସୀ, ପଛୁଆବର୍ଗ, ଅଳ୍ପସଂଖ୍ୟକ, ଗରିବ ଓ ଶୋଷିତ ବର୍ଗଙ୍କ ଅଧିକାର ପାଇଁ ମାୟାବତୀଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ। ବହୁଜନଙ୍କ ଭୋଟ ଯଦି ବହୁଜନଙ୍କର, ତେବେ ଶାସନ ମଧ୍ୟ ବହୁଜନଙ୍କର ହେବା ଉଚିତ ବୋଲି ନେତାମାନେ ମତ ପ୍ରକାଶ କରିଥିଲେ। ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲାଙ୍କ ଭାଷଣ ଲୋକମାନଙ୍କ ମଧ୍ୟରେ ବେଶ ଉତ୍ସାହ ସୃଷ୍ଟି କରିଥିଲା।

ପ୍ରାୟ ସାତ ହଜାରରୁ ଅଧିକ ଲୋକ ଯୋଗଦେଇଥିବା ଏହି ସମାବେଶରେ ବିଭିନ୍ନ ଦଳ ଛାଡ଼ି ଶତାଧିକ କର୍ମୀ ବିଏସପିରେ ଯୋଗ ଦେଇଥିଲେ। ଶେଷରେ ଜିଲ୍ଲାର ଶିକ୍ଷା, ସ୍ୱାସ୍ଥ୍ୟ ଓ ରୋଜଗାର ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା।

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 129 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 20 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 25 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 59 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 19 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 14 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!