ସମ୍ମାନିତ ହେଲେ ସ୍ୱର୍ଗଧାମ ସେବାର ତାଲା ଲୋକେଶ୍ୱରୀ (ଆଶା)

ଆନ୍ଧ୍ର ପ୍ରଦେଶର ତିରୁପତି ସ୍ଥିତ ମହତ୍ତି ଅଡିଟୋରିୟମ୍‌ରେ ଆୟୋଜିତ ଏକ ଗରିମାମୟ ସମାରୋହରେ ଶ୍ରୀପତି ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରାୟଗଡ଼ା ଜିଲ୍ଲାର ସ୍ୱର୍ଗଧାମ ସେବା ସହ ସଂପୃକ୍ତ ତାଲା ଲୋକେଶ୍ୱରୀ (ଆଶା) ଓ ତାଙ୍କ ସହଯୋଗୀ ଟି. ଲୋକେଶ କୁମାରଙ୍କୁ ସମାଜ ସେବା କ୍ଷେତ୍ରରେ ତାଙ୍କର ଅମୂଲ୍ୟ ଅବଦାନ ପାଇଁ ସମ୍ମାନିତ କରାଯାଇଛି।

ତାଲା ଲୋକେଶ୍ୱରୀ ରାୟଗଡ଼ା ସରକାରୀ ଚିକିତ୍ସାଳୟର ଜଣେ ଚତୁର୍ଥ ଶ୍ରେଣୀର କର୍ମଚାରୀ ହେବା ସତ୍ତ୍ୱେ ନିଜ ସୀମିତ ଦରମାରୁ ମାନବିକତାର ଏକ ଅନନ୍ୟ ଦୃଷ୍ଟାନ୍ତ ସୃଷ୍ଟି କରିଆସୁଛନ୍ତି। ସେ ଏପର୍ଯ୍ୟନ୍ତ ୧୦୦ରୁ ଅଧିକ ଅନାଥ ମୃତଦେହଙ୍କୁ ହିନ୍ଦୁ ରୀତି-ନୀତି ଅନୁଯାୟୀ ନିଜସ୍ୱ ଖର୍ଚ୍ଚରେ ଶୋଭନ ଭାବେ ଶବଦାହ କରି ସମାଜରେ ଉଚ୍ଚ ପ୍ରଶଂସା ଅର୍ଜନ କରିଛନ୍ତି।ତାଙ୍କ ସହଯୋଗୀ ଟି. ଲୋକେଶ କୁମାର ମଧ୍ୟ ଏହି ମାନବିକ କାର୍ଯ୍ୟରେ ଦୀର୍ଘଦିନ ଧରି ନିଷ୍ଠା ଓ ସମର୍ପଣ ଭାବନାର ସହିତ ସହଯୋଗ କରିଆସୁଛନ୍ତି।ଏହି ସମାରୋହରେ ଶ୍ରୀପତି ଚାରିଟେବୁଲ ଟ୍ରଷ୍ଟର ପଦାଧିକାରୀମାନେ, ବିଭିନ୍ନ ସମାଜସେବୀ ଓ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ଏବଂ ଉଭୟଙ୍କର ନିଷ୍କାମ ସେବାକୁ ଉଚ୍ଚ ପ୍ରଶଂସା କରିଥିଲେ।

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 129 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 20 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 25 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 59 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 18 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 13 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!