ଭାରତୀୟ ମଜଦୂର ସଂଘ ର ଅଲ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଙ୍ଘ ପକ୍ଷରୁ ବୈଠକ

ଭାରତୀୟ ମଜଦୂର ସଙ୍ଘ ଦ୍ଵାରା ପରିଚାଳିତ ଅଲ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଙ୍ଘ ପକ୍ଷରୁ ଆଜି ଏକ ବୈଠକ ରାୟଗଡା ସ୍ଥାନୀୟ ଠକର ବାପା ଆଶ୍ରମ ଠାରେ ଅନଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଙ୍ଘ ର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ୱର ଦାସ , ରାୟଗଡ଼ା ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁ ଓ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ପ୍ରେମ କୁମାର ପଟ୍ଟନାୟକ ଯୋଗ ଦେଇ ରାୟଗଡା ଜିଲ୍ଲାରେ ଠିକା ସଂସ୍ଥା ( Outsourcing ) ଦ୍ଵାରା କାର୍ଯ୍ୟରତ ସେକ୍ୟୁରିଟୀ, ଡାଟା ଏଣ୍ଟ୍ରି , ଏଟେଣ୍ଡର , ସଫେଇ ଓ ହାଉସ କିପିଙ୍ଗ୍‍ କର୍ମଚାରୀ ମାନଙ୍କ ସମସ୍ୟାକୁ ନେଇ ବାରମ୍ବାର ଲିଖିତ ଅଭିଯୋଗ କରି ଆସୁଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ତାର କୌଣସି ସମାଧାନ ହୋଇପାରିଲାନାହିଁ । ତେଣୁ ଦାବି ଗୁଡିକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ସାକ୍ଷାତ କରି ଆଲୋଚନା କରି ସମାଧାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ମୁଖ୍ୟତ କର୍ମଚାରୀମାନଙ୍କୁ ପରିଚୟ ପତ୍ର ପ୍ରଦାନ କରିବା , ଇପିଏଫ ଏବଂ ଇଏସଆଇ ପ୍ରତ୍ୟେକ ମାସରେ ଜମା କରିବା ।

ପ୍ରତି ମାସରେ ଠିକ ସମୟରେ ଦରମା ଦେବା । ଦରମା ଦୁଇ ମାସ, ତିନି ମାସ, ଆଉ କିଛି ଚାରି ମାସକୁ ଥରେ ଅଲଗା ଅଲଗା ଦରମା ନଦେଇ ଠିକ୍ ସମୟରେ ସମସ୍ତଙ୍କୁ ଏକାଥରେ ଦରମା ଦେବା । ସୁରକ୍ଷା ସରଞ୍ଜାମ ଯୋଗାଇ ଦେବା । ବର୍ଷକୁ ୨ ହଳ ୟୁନିଫର୍ମ ପ୍ରଦାନ, ପୂର୍ବତନ ଏଜେନ୍ସୀର ବକେୟା ୨ ମାସ ର ଦରମା ପ୍ରଦାନ,ବିଶ୍ରାମ ଗୃହ ଯୋଗାଇ ଦେବା । ସୁରକ୍ଷା ପାଇଁ ସ୍ଵାସ୍ଥ୍ୟ ଏବଂ ଜିବନ ବିମା ଯୋଗାଇ ଦେବା ଉପରେ ଆଲୋଚନା କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାରେ ଠିକା ସଂସ୍ଥା ଦ୍ଵାରା କାର୍ଯ୍ୟରତ ସମସ୍ତ କର୍ମଚାରୀମାନେ ଯୋଗ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ସୁରେଶ ଚନ୍ଦ୍ର ସାହୁ ,ମଳିକ ରାଓ ମଣ୍ଡଙ୍ଗି, ଗୋବିନ୍ଦ କଣ୍ଡାଗିରୀ, କାହ୍ନୁ ଲାବଲା, ମନୋରଞ୍ଜନ ହିମରିକା ପରିଚାଳନା ସହ ଧନ୍ୟବାଦ ଅର୍ପଣ କରିଥିଲେ।

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 128 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 20 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 25 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 58 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 18 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 13 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!