ରାୟଗଡା ଜିଲ୍ଳା ଆଇନ ସେବା ପ୍ରାଧିକରଣ ଦ୍ୱାରା ପ୍ରଭାତ ଫେରୀ କାର୍ଯ୍ୟକ୍ରମ

ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୦୪.୦୧.୨୦୨୬ ରିଖ ସ୍ଥାନୀୟ ଡି.ଏଫ୍.ଓ ଅଫିସ ପରିସରଠାରୁ ମା ମଝିଘରିଆଣୀ ମନ୍ଦିର ପର୍ଯ୍ୟନ୍ତ ଏକ ପ୍ରଭାତ ଫେରୀ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ବନ ଅଧିକାରୀ ଓ ବନ ବିଭାଗର ରେଞ୍ଜର, ସମସ୍ତ କର୍ମଚାରୀ, ଜିଲ୍ଲା ଅବକାରୀ ବିଭାଗର ଅଧିକ୍ଷକ, କର୍ମଚାରୀ, ଜିଲ୍ଲାର ବିଭିନ୍ନ କଲେଜର ଛାତ୍ର ଓ ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ I ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା ପରିବେଶ କୁ କିପରି ସଫା ରଖିବା ସହିତ ଏକ ପରିବେଶ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା I ସେହି ଉପଲକ୍ଷେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ମାନଙ୍କୁ ପରିବେଶ ସୁରକ୍ଷା ଉପରେ ବୁଝାଇଥିଲେ ତା ସହିତ “ଜୀବ ମାନଙ୍କ ପାଇଁ ପରିବେଶର ଆବଶ୍ୟକତା, ଏହାର ବ୍ୟବହାର ଏବଂ ସୁରକ୍ଷା” ଉପରେ ନିଜ ର ଅଭିଭାଷଣ ରେ ବ୍ୟକ୍ତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତ ଛାତ୍ରଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିବେଶ ସଚେତନତା କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 129 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 20 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 25 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 59 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 18 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 13 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!