ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକରୁ ଏକ ଅତ୍ୟନ୍ତ ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି।

ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକରୁ ଏକ ଅତ୍ୟନ୍ତ ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି।ବିଷମ କଟକ ବ୍ଲକ ଅନ୍ତର୍ଗତ ପାଇକ ଡାକୁଲୁଗୁଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରାୟ ଦୁଇଟା ରୁ ତିନିଟା ସମୟରେ ହଠାତ୍ ଅଗ୍ନିକାଣ୍ଡ ଘଟିବାରୁ ଚାରି ଜଣ ଛାତ୍ର ନିଆଁରେ ପଡ଼ି ଗୁରୁତର ଭାବେ ଆହତ ହୋଇଛନ୍ତି।ଘଟଣା ସମୟରେ ବିଦ୍ୟାଳୟ ପରିସରରେ ଅନେକ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ହଠାତ୍ ନିଆଁ ଲାଗିବା ସହିତ ସମଗ୍ର ପରିସରରେ ଆତଙ୍କ ଓ ଭୟର ପରିବେଶ ସୃଷ୍ଟି ହୋଇଥିଲା। କିଛି ସମୟ ପାଇଁ ବିଦ୍ୟାଳୟରେ ଅସ୍ଥିରତା ଦେଖାଦେଇଥିଲା।ଘଟଣା ପରେ ଶିକ୍ଷକମାନେ ଓ ସ୍ଥାନୀୟ ଲୋକେ ସାହସ ଓ ସତର୍କତା ସହ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ନିଆଁକୁ ନିୟନ୍ତ୍ରଣ କରି ଆହତ ଛାତ୍ରମାନଙ୍କୁ ସୁରକ୍ଷିତ ଭାବେ ବାହାର କରାଯାଇଥିଲା।ଆହତ ଛାତ୍ରମାନଙ୍କୁ ପ୍ରଥମେ ବିଷମ କଟକ ପ୍ରାଥମିକ ଚିକିତ୍ସାଳୟକୁ ନେଇଯାଇଥିଲେ। ପରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଉଚ୍ଚତର ଚିକିତ୍ସା ପାଇଁ ସ୍ଥାନୀୟ କ୍ରୀଷ୍ଟିଆନ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।ଏହି ଘଟଣା ପରେ ବିଦ୍ୟାଳୟ ପରିସରରେ ଭୟ ଓ ଉତ୍ତେଜନାର ପରିବେଶ ଦେଖାଦେଇଛି। ଅଭିଭାବକମାନେ ବିଦ୍ୟାଳୟର ଅଗ୍ନି-ନିରାପତ୍ତା ବ୍ୟବସ୍ଥା ଓ ସୁରକ୍ଷା ଅବହେଳାକୁ ନେଇ ଶିକ୍ଷକ ମାନଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି ।ଏବଂ ଜିଲ୍ଲା ପ୍ରଶାସନ ଏହି ଘଟଣାରେ ହସ୍ତକ୍ଷେପ କରି ସଠିକ୍ ତଦନ୍ତ କରିବାକୁ ଦାବି କରିଛନ୍ତି।

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 131 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 21 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 28 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 60 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 20 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 15 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!